ଗ୍ରୀଷ୍ମ ପ୍ରବାହ ନେଇ ୫ଟି ରାଜ୍ୟ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ନୂଆଦିଲ୍ଲୀ,୨୮/୪: ଗ୍ରୀଷ୍ମ ପ୍ରବାହ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରିି ହୋଇଛି । ଦେଶର ୫ଟି ରାଜ୍ୟ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଇଏମଡି । ଓଡିଶା , ଦିଲ୍ଲୀ, ହରିୟାଣା, ଉତ୍ତରପ୍ରଦେଶ ଓ ରାଜସ୍ଥାନ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେପଟେ, ଆଭ୍ୟନ୍ତରୀଣ ଓଡ଼ିଶାରେ ଆହୁରି ୪ ଦିନ ଅସହ୍ୟ ତାତି ଅନୁଭୂତ ହେବ। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରଭାବ ପାଇଁ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୧ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ମୟୂରଭଂଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ ଓ ବଲାଙ୍ଗୀର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜି ଦିନ ସାଢେ ୧୧ ଟା ସୁଦ୍ଧା ଓଡ଼ିଶାରେ ସବୋର୍ଚ୍ଚା ତାପମାତ୍ରା ଝାରସୁଗୁଡାରେ ୪୦ ଦଶମିକ ୮ ଓ କେନ୍ଦୁଝରରେ ୪୦.୪ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ଭୁବନେଶ୍ୱରରେ ୩୬.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।