ଦଶମ ଶ୍ରେଣୀ ପରୀକ୍ଷା ଦେବାକୁ ଥିବା ଛାତ୍ରଛାତ୍ରୀଙ୍କୁ ଗଣଶିକ୍ଷାମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର,୨୮/୪: ଦଶମ ଶ୍ରେଣୀ ପରୀକ୍ଷା ଦେବାକୁ ଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ଚାପମୁକ୍ତ ହୋଇ ପରୀକ୍ଷା ଦେବା ପାଇଁ ସମୀର ଦାଶ ଅପିଲ୍ କରିଛନ୍ତି। ଏହାସହ ସେ ସଫଳତା ଓ ଉଜ୍ବଳ ଭବିଷ୍ୟତ କାମନା କରିଛନ୍ତି।

ସୂଚନାଯୋଗ୍ୟ ଯେ ଏପ୍ରିଲ ୨୯ରୁ ମେ ୬ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ହେବ । ସେହିପରି ସକାଳ ୮ଟାରୁ ୧୦ ପର୍ଯ୍ୟନ୍ତ ପରୀକ୍ଷା ଦେବେ ଛାତ୍ରଛାତ୍ରୀ ।ରାଜ୍ୟର ବିଭିନ୍ନ ହାଇସ୍କୁଲରୁ ୫ଲକ୍ଷ ୭୧ ହଜାର ୯୦୯ ଛାତ୍ରଛାତ୍ରୀ ପରୀକ୍ଷା ଦେଉଥିବାବେଳେ ୪ ହଜାର ୪୪୩ ଜଣ ମଧ୍ୟମା ଏବଂ ୯ ହଜାର ୩୭୮ ଜଣ ରାଜ୍ୟ ମୁକ୍ତ ବିଦ୍ୟାଳୟ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ଚଳିତଥର ଛାତ୍ରଛାତ୍ରୀମାନେ ନିଜ ବିଦ୍ୟାଳୟ ବା ନିକଟତମ ବିଦ୍ୟାଳୟରେ ପରୀକ୍ଷା ଦେବାର ବ୍ୟବସ୍ଥା କରିଛି ବୋର୍ଡ । କପି ରୋକିବା ଚାରିସ୍ତରୀୟ ସ୍କ୍ୱାଡ୍ ବ୍ୟବସ୍ଥା ରହିଛି । ବୋର୍ଡ, ଜିଲ୍ଲା ଶିକ୍ଷାଧିକାରୀ, ଗଣଶିକ୍ଷା ବିଭାଗ ଏବଂ ଜିଲ୍ଲାପାଳଙ୍କ ନେତୃତ୍ୱରେ ସ୍କ୍ୱାଡ୍ ଗଠନ କରାଯାଇଛି ।