ଜାମିନ ନାମଞ୍ଜୁର: ୭ ତାରିଖ ଯାଏ ବିଚାରବିଭାଗୀୟ ହେପାଜତ ରହିବେ ଦେବଗଡ ବିଧାୟକ

ଭୁବନେଶ୍ୱର,୨/୫: ତିଳେଇବଣି ବିଡିଓ କୃଷ୍ଣଚନ୍ଦ୍ର ଦଳପତିଙ୍କୁ ମାଡ ମାରିବା ଅଭିଯୋଗରେ ଦେବଗଡ ଜିଲ୍ଲା ଦୌରାଜଜ କୋର୍ଟରେ ହାଜର ହୋଇଥିଲେ ଦେବଗଡ ବିଧାୟକ ସୁବାସ ପାଣିଗ୍ରାହୀ । ତାଙ୍କର ଜାମିନ ନାମଞ୍ଜୁର ହେବା ପରେ ତାଙ୍କୁ ୭ ତାରିଖ ଯାଏ ବିଚାରବିଭାଗୀୟ ହେପାଜତକୁ ପଠାଇ ଦିଆଯାଇଛି । ବିଧାୟକଙ୍କ ସହିତ ତାଙ୍କର ଦୁଇ ସହଯୋଗୀ ମଧ୍ୟ ଗିରଫ ହୋଇଛନ୍ତି।

ଉଲ୍ଲେଖଯୋଗ୍ୟ, ଗତକାଲି ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀ ଓ ତାଙ୍କ ସମର୍ଥକ ତିଲେଇବଣି ବିଡିଓ କୃଷ୍ଣଚନ୍ଦ୍ର ଦଳପତିଙ୍କୁ ମାଡ ମାରିଥିବା ଅଭିଯୋଗ ହୋଇଥିଲା । ଏ ନେଇ ବିଡିଓ ଏବଂ ବିଧାୟକ ପରସ୍ପର ଆଗ ପଛ ହୋଇ ଥାନାରେ ଏତଲା ଦେଇଥିଲେ । ବିଧାୟକ ଓ ତାଙ୍କ ସମର୍ଥକ ଛେପଲିପାଲି ଗାଁକୁ ଯାଇ ବିଡିଓଙ୍କୁ ମାଡ଼ ମାରିବା ସହ ଗାଳିଗୁଳଜ କରିଥିବା ଅଭିଯୋଗ ହୋଇଥିଲା। ଏହି ଘଟଣା ପରେ ବିଧାୟକଙ୍କ ବିରୋଧରେ ମାମଲା ଦେବା ସହ ଜିଲ୍ଲାପାଳଙ୍କ ନିକଟରେ ଫେରାଦ ହୋଇଥିଲେ ବିଡିଓ । ଏହାପରେ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ଏବଂ ତାଙ୍କର ଦୁଇ ସହଯୋଗୀଙ୍କୁ ଭୁବନେଶ୍ୱର କ୍ୱାର୍ଟର୍ସରୁ ଗିରଫ କରିଥିଲା ଦେବଗଡ଼ ପୋଲିସ।