ପବିତ୍ର ଅକ୍ଷୟ ତୃତୀୟାରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩/୫: ଆଜି ହେଉଛି ପବିତ୍ର ଅକ୍ଷୟ ତୃତୀୟା। ଏହି ଅବସରରେ ଶୁଭେଚ୍ଛା ଜଣାଇଛନ୍ତିି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କୃଷକ ଦିବସ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି। ଏହାସହ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦରୁ ଅଖିମୁଠି ଅନୁକୂଳ ଶୁଭଙ୍କର ହେଉ ବୋଲି ସେ କହିଛନ୍ତି। ଚାଷୀ ଭାଇଭଉଣୀଙ୍କ ସୁଖ ଓ ସମୃଦ୍ଧି ମଧ୍ୟ କାମନା କରିିିଛନ୍ତି ମୁଖ୍ୟମନ୍ତ୍ରୀ।

 

ଅନ୍ୟପକ୍ଷରେ ଅକ୍ଷୟ ତୃତୀୟାରେ  ପ୍ରତ୍ୟେକ କାଳିଆ ହିତାଧିକାରୀଙ୍କୁ ମିଳିବ ୨ ହଜାର ଟଙ୍କା । ଏନେଇ ଘୋଷଣା କରିଛନ୍ତି ରାଜ୍ୟ ସରକାର । ୨୦୧୮ରୁ ଚାଷୀଙ୍କ ପାଇଁ ଆରମ୍ଭ ହୋଇଥିବା ଏହି ଯୋଜନାରେ ବର୍ତ୍ତମାନ ସୁଦ୍ଧା ୫୩ ଲକ୍ଷରୁ କ୍ଷୁଦ୍ର, ନାମମାତ୍ର ଏବଂ ଭୂମିହୀନ ଚାଷୀ ସିଧାସଳଖ ଉପକୃତ ହୋଇଛନ୍ତି । ଗତବର୍ଷ ଅକ୍ଷୟ ତୃତୀୟା ଅବସରରେ ଚାଷୀଙ୍କୁ କାଳିଆ ଟଙ୍କା ଦେଇଥିଲେ ସରକାର ।