ଭୁବନେଶ୍ୱର,୪/୫: ସହିଦଙ୍କ ପରିବାରଙ୍କୁ ଅନୁକମ୍ପା ମୂଳକ ସହାୟତା ରାଶି ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଯାହା ପୂର୍ବରୁ ୫ ଲକ୍ଷ ଟଙ୍କା ମିଳୁଥିଲା। ସୂଚନାଯୋଗ୍ୟ ଯେ ସମାରିକ ତଥା ଅର୍ଦ୍ଧ ସମାରିକ ବାହିନୀରେ ରହି ଦେଶ ପାଇଁ ପ୍ରଣାବଳୀ ଦେଉଥିବା ଯବାନ ଓ ଅଫିସରମାନଙ୍କ ପରିବାରର କଲ୍ୟାଣ ପାଇଁ ରାଜ୍ୟ ସରକାର କାର୍ଗିଲ ଯୁଦ୍ଧ ସମୟରୁ ସହିଦ ପରିବାର କଲ୍ୟାଣ ପାଇଁ ଏକ ସହାୟତା ପାଣ୍ଠି ଗଠନ କରିଛନ୍ତି। ପ୍ରାଥମିକ ଭାବରେ ଏହି ସହାୟତା ରାଶି ଏକ ଲକ୍ଷ ଟଙ୍କା ଥିବା ବେଳେ ୨୦୧୦ ଓ ୨୦୧୨ ମସିହାରେ ଏହାକୁ ଯଥା କ୍ରମେ ଦୁଇ ଲକ୍ଷ ଓ ପାଞ୍ଚ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଥିଲା। ରାଜ୍ୟ ସରକାର ଏବେ ଏହି ସହାୟତା ରାଶିକୁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି।