ରାଜ୍ୟରେ ଆଜି ଦିନକରେ ଆଉ ୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୫/୫: ସୁଧୁରିଛି କରୋନା ଅବସ୍ଥା। ରାଜ୍ୟରେ ଏବେ ଧୀରେ ଧୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୧ ଓ ସ୍ଥାନୀୟ ଅଞ୍ଚଳରୁ ୭ ରୋଗୀ ଚିହ୍ନଟ ହୋଇନାହାନ୍ତି। ୦-୧୮ ବର୍ଷ ଭିତରେ ୪ ଜଣ  ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୧୦୩ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୨,୭୮,୮୨୫ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୯୯ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।