ବାତ୍ୟାର ରୂପ ନେଲା ଗଭୀର ଅବପାତ

ଭୁବନେଶ୍ୱର, ୮/୫: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବର୍ତ୍ତମାନ ବାତ୍ୟା ‘ଅସାନି’ର ରୂପ ନେଇଛି । ୧୨ ଘଣ୍ଟାରେ ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି । ଗତ ୬ ଘଣ୍ଟା ହେବ ଏହା ୧୩ କିଲୋମିଟର ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି । ପୁରୀଠାରୁ ଦକ୍ଷିଣ-ଦକ୍ଷିଣ-ପୂର୍ବ ଦିଗରେ ହଜାରେ କିଲୋମିଟର ଓ ବିଶାଖାପାଟଣାଠାରୁ ଦକ୍ଷିଣ-ପୂର୍ବ ଦିଗରେ ୯୪୦ କିଲୋମିଟର ଦୂରରେ ରହିଛି । ଏହା ପ୍ରଭାବରେ ରାଜ୍ୟରେ କେତେକ ଜିଲ୍ଲାରେ ଆସନ୍ତା ୧୦ ତାରିଖରେ ବର୍ଷା ହେବାର ସମ୍ଭାବନା ରହିଛି।

ଅନ୍ୟପଟେ ୧୦ ତାରିଖ ସଂଧ୍ୟାରେ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶା ନିକଟ ସମୁଦ୍ରରେ ପହଂଚିବ । ଏହା ପରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ରିକର୍ଭ କରିବ ବାତ୍ୟା ।