ନୂଆଦିଲ୍ଲୀ,୯/୫: ଦେଶରେ ଏବେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୨୦୭ କରୋନା ଆକ୍ରାନ୍ତ ଚିହ୍ନଟ ଓ ୨୯ ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩,୨୦୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୧,୦୫,୪୦୧ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୨୯ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୦୯୩ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୩୪୧୦ଜଣ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୬୦,୯୦୫। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୦୪୦୩।