ରାଜ୍ୟରେ ଆଜି ୫ ଜଣଙ୍କ କରୋନା ଜନିତ ମୃତ୍ୟୁ

ଭୁବନେଶ୍ୱର, ୫/୧୨: ଆଜି ରାଜ୍ୟରେ ପ୍ରତିଦିନ କରୋନା ଜନିତ ମୃତ୍ୟୁ ସଂଖ୍ୟା ବଢ଼ି ବଢ଼ି ଚାଲିଛି । ଆଜି ମଧ୍ୟ ୪୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ଘଟିଛି ।  ଏହାସହ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୭୬୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।