ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ନେଇ ୧୩ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର,୧୭/୫: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୧୩ ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଏହି ସମୟ ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ଼, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।