କିପରି କଟିବ ଆଜି ଆପଣଙ୍କ ଦିନ: ୨୪/୦୫/୨୦୨୨

ମେଷ: ସ୍ୱାସ୍ଥ୍ୟସମସ୍ୟା ସୁଧୁରିବା ଫଳରେ ଆଶାକରିଥିବା କାର୍ଯ୍ୟ ପୁରଣ କରିପାରିବେ । ସରକାରୀ କ୍ଷେତ୍ରରେ ଯଶ, କୀର୍ତ୍ତି, ମାନସମ୍ମାନ ମିଳିବ । ଲେଖନ, କଳା ଓ ସମ୍ପାଦନ କାର୍ଯ୍ୟ ଆଦିରେ ଜଡିତ ବ୍ୟକ୍ତିଙ୍କର ଉନ୍ନତି ହେବ । ବନ୍ଧୁ ମିତ୍ରଙ୍କ ଆଗମନ ହେବା ଫଳରେ ଶୁଭ ସମାଚାର ପ୍ରାପ୍ତି ହେବ ।

ବୃଷ:ଶାରୀରିକ ପୀଡା ଦୂରେଇ ଯିବ ଓ ସ୍ୱାସ୍ଥ୍ୟ ଭଲ ରହିବ । ଶତୃମାନଙ୍କୁ ମିତ୍ର କରିବା ପାଇଁ ପ୍ରୟାସରତ ରହିବେ ଓ ଉଚ୍ଚାଧିକାରୀ ବ୍ୟକ୍ତିମାନେ ପ୍ରସନ୍ନ ରହିବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟକ୍ଷେତ୍ରରେ ଆଶାନୁରୂପ ଲାଭପାଇବେ । କଳା, ସାହିତ୍ୟ କିମ୍ବା ଆନୁଷ୍ଠାନିକ କାମଗୁଡ଼ିକରେ ସମସ୍ୟା ସମାଧାନ ହୋଇଯିବ ।

ମିଥୁନ:ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ପାରିବାରିକ ଜୀବନ ଆନନ୍ଦରେ କଟିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ ।

କର୍କଟ:ରାଜନୈତିକ କ୍ଷେତ୍ରରେ ସହକର୍ମୀ ମାନଙ୍କର ସମର୍ଥନ ଫଳରେ ବିପଦ ସଙ୍କୁଳ ଟଳିଯିବ । ପାରିବାରିକ ଓ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଖେଳକୁଦ, ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । କେତେକ କ୍ଷେତ୍ରରେ ବାଧା ସୃଷ୍ଟି ହେଲେ ମଧ୍ୟ ନିଜେ ସଫଳତା ପାଇବେ ।

ସିଂହ:ବ୍ୟବସାୟରେ ଅଚାନକ ଭାବରେ ପରିବର୍ତ୍ତନ ହୋଇପାରେ ଓ ଉଚିତ୍ ଲାଭ ମଧ୍ୟ ପ୍ରାପ୍ତି ହେବ । ଚାକିରି କ୍ଷେତ୍ରରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟଭାର ହାତକୁ ନେବା ସହ ଅଧିନସ୍ଥ କର୍ମଚାରୀ ଓ ସହକର୍ମୀଙ୍କ କାମ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ ।

କନ୍ୟା:ସାମାଜିକ କାର୍ଯ୍ୟରେ ଭାଗ ନେବେ । ମାନସିକ ଦୁଶ୍ଚିନ୍ତା ଦୂର ହେବ । ସ୍ୱାସ୍ଥ୍ୟରେ ପରିବର୍ତ୍ତନ ନେଇ ଖୁସିହେବେ । କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ଅତି ନିକଟରେ ରହୁଥିବା ବନ୍ଧୁଙ୍କଦ୍ୱାରା କାମହାସଲ କରିବେ ।

ତୁଳା:ସାଙ୍ଗଠନିକ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣାରେ ପରିବର୍ତ୍ତନ ଆସିବ । ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଫଳରେ ସଫଳତା ଅର୍ଜନ କରି ଲାଭ ପାଇବେ । ଆପଣଙ୍କ ପ୍ରୟାସରେ ସୁଖଦ ପରିଣାମ ଅବଶ୍ୟ ଆସିବ ।

ବିଛା:ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ଯୋଜନା କରିବେ । ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟି ଯିବ । ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ରାଜନୈତିକ କ୍ଷେତ୍ରରେ ଶତୃମାନେ ତଳମୁହାଁ ହେବେ ।

ଧନୁ:ଶରୀର ପୀଡା ଦୂରହୋଇ ସ୍ୱାସ୍ଥ୍ୟ ଠିକ୍ ରହିବ । ସାହିତ୍ୟ, ସଂଗୀତ, କଳା, କ୍ରୀଡ଼ା, ଚଳଚ୍ଚିତ୍ରରେ ସଫଳତା ମିଳିବ । କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ ।

ମକର:ମୌଜ କଥା କହି ଲୋକମାନଙ୍କୁ ବଶିଭୂତ କରି ପାରିବେ । କ୍ରୀଡ଼ାବିଦ୍ମାନେ ପ୍ରଶଂସିତ ହେବେ । ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇବେ । ବ୍ୟବସାୟକୁ ନେଇ ପ୍ରତିଦ୍ଵନ୍ଦିତାଦେଖା ଦେଲେ ମଧ୍ୟ ଆପଣ ବିଜୟୀ ହେବେ । ନୂତନ ସମ୍ପତ୍ତି ଯାନବାହାନ ଗୃହୋପକରଣ କ୍ରୟ ନକରିବା ଉଚିତ୍ ।

କୁମ୍ଭ:ଶିଳ୍ପ କ୍ଷେତ୍ରରେ ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହେବ । ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହୋଇ ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଦୂରଯାତ୍ରାର ସୁଯୋଗ ପାଇବେ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ ।

ମୀନ:ଧାର୍ମିକ କ୍ଷେତ୍ରରେ କିମ୍ବା ଆନୁଷ୍ଠାନିକ କାମରେ ପ୍ରଶଂସା ପାଇବେ । ପ୍ରତିଦ୍ୱନ୍ଦିତା ବା ପ୍ରତିଯୋଗିତା କରିବା ସୁଯୋଗ ପାଇ ସଫଳ ହେବେ । ରାଜନୀତି କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । କର୍ମକ୍ଷେତ୍ରରେ ଯୋଜନା ମୁତାବକ କାମ ନକଲେ ଅପଦସ୍ଥ ହେବେ । ସାବଧାନତା ଅବଲମ୍ବନ ନ କଲେ ଧନ ହାନି ହେବ ।