ରାଜ୍ୟର ୮୪ ପ୍ରତିଶତ ଘରେ ଶତପ୍ରତିଶତ ପାଇପ ପାଣିର ବ୍ୟବସ୍ଥା ହୋଇଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪/୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରୂପାନ୍ତର ଶୃଙ୍ଖଳା ବୈଠକ ଅନୁଷ୍ଠିତ ହୋଇଛି। ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ରୂପାନ୍ତର ଉପକ୍ରମ ଉପରେ ଉପସ୍ଥାପନା ହୋଇଛି। ସହାରାଞ୍ଚଳ ବିକାଶରେ ଗୋଷ୍ଠୀ ସହଭାଗୀତାରେ କ୍ଷୀପ୍ର, ବ୍ୟାପକ ରୂପାନ୍ତରଣ, ଜାଗା ମିଶନ, Drink from Tap, ମୁକ୍ତା, ବର୍ଜ୍ୟବସ୍ତୁ ପରିଚାଳନାକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଛନ୍ତି। ଅନ୍ୟପଟେ ସବୁ କାର୍ଯ୍ୟକ୍ରମରେ ସବୁ ବିଭାଗ ଏକ ଟିମ୍‌ ଭାବରେ କାମ କରିବାକୁ ସେ ପରାମର୍ଶ ଦେଇଛନ୍ତି। ରାଜ୍ୟର ୮୪ ପ୍ରତିଶତ ଘରେ ଶତପ୍ରତିଶତ ପାଇପ ପାଣିର ବ୍ୟବସ୍ଥା ହୋଇଛି। ପୂର୍ବରୁ ୩ ଲକ୍ଷ ଘରକୁ ପାଇପ ପାଣିର ସୁବିଧା ଯୋଗାଇ ଦିଆଯାଉଥିଲା। ବର୍ତ୍ତମାନ ୧୦ ଲକ୍ଷ ଘରକୁ ପାଇପ ପାଣିର ସୁବିଧା ଦିଆଯାଇଛି।

ସେହିପରି ଜାଗା ମିଶନରେ ୪ ବର୍ଷ ମଧ୍ୟରେ ଏବେ ୧ ଲକ୍ଷ ୭୫ ହଜାର ପରିବାରକୁ ଜମି ଅଧିକାର ଦିଆଯାଇଛି । ୫୮୫ଟି ବସ୍ତିକୁ ଆଦର୍ଶ କଲୋନୀରେ ପରିଣତ କରାଯାଇଛି । ୧୫୪୦ ବସ୍ତିକୁ ୧୦୦% ପାନୀୟ ଜଳ ବ୍ୟବସ୍ଥା, ୧୦୭୫ଟି ବସ୍ତିକୁ ବିଜୁଳି ସୁବିଧା ଦିଆଯାଇଛି । ‘ମୁକ୍ତା’ ଯୋଜନାରେ ରାଜ୍ୟ ବାହାରେ କାମ କରୁଥିବା ୫ ଲକ୍ଷ ଶ୍ରମିକଙ୍କୁ କାମ ଦିଆଯାଇଛି।