ରାଜ୍ୟରେ ଦିନକରେ ଆଉ ୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୮/୫:  ରାଜ୍ୟରେ ଏବେ ଧୀରେ ଧୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୭ ଓ ସ୍ଥାନୀୟ ଅଞ୍ଚଳରୁ ୫ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ଜଣେ  ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୪୨୨ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୨,୭୯,୧୬୩ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୮୦ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।