ଘଡ଼ଘଡ଼ି ସହ ବର୍ଷା ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୨୮/୫: ରାଜ୍ୟରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଅସହାୟ ତାତି କୁ ଗରମ ପ୍ରବଳ ହେଉଛି। ଏହାରି ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ନେଇ ୧୩ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡିକ ହେଉଛି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା, କଳାହାଣ୍ଡି, ବଲାଙ୍ଗିର । ଏହି ସବୁ ଜିଲ୍ଲା ଗୁଡିକୁ ସତର୍କ କରାଇଛି ପାଣିପାଗ ବିଭାଗ।