ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା

ଭୁବନେଶ୍ୱର,୩୦/୫: ଆଜିଠାରୁ ତିନିଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେଠାରେ  ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି। ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପରେ ନବୀନ ପଟ୍ଟନାୟକ  ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଯେ ମହାମାରୀ ପରେ ଏହା ସୌଜନ୍ୟମୂଳକ ସାକ୍ଷାତ ଥିଲା। ରାଜ୍ୟର ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଥିବା କହିଛନ୍ତି ନବୀନ। ରାଷ୍ଟ୍ରପତି ନିର୍ବାଚନ ନେଇ କୌଣସି ଆଲୋଚନା ହୋଇନି ବୋଲି ସେ କହିଛନ୍ତି।