ଆଗାମୀ ୨୪ ଘଣ୍ଟାରେ ରାଜ୍ୟର ୧୬ ଜିଲ୍ଲାରେ କାଳବୈଶାଖୀ ନେଇ ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର,୭/୬: ଦକ୍ଷିଣ-ପଶ୍ଚିମ ମୌସୁମୀ ଓଡ଼ିଶାରେ କେବେ ପହଞ୍ଚିବ ସେନେଇ କୌଣସି ପ୍ରକାରର ସ୍ପଷ୍ଟ ଚିତ୍ର ଏଯାବତ୍‌ ମିଳିପାରି ନାହିଁ। ଏ ପରିସ୍ଥିତିରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୬ଟି ଜିଲ୍ଳାରେ କାଳବୈଶାଖୀର ସମ୍ଭାବନା ରହିଥିବା ନେଇ ସତର୍କ କରାଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ରାଜ୍ୟର ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼, ବାଲେଶ୍ୱର, ଯାଜପୁର, ଭଦ୍ରକ, କୋରାପୁଟ, ମାଲକାନଗିରି, ରାୟଗଡ଼ା, କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି ଓ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ୧୬ ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏବଂ କାଳବୈଶାଖୀ ସମୟରେ ବଜ୍ରପାତର ଆଶଙ୍କା ରହୁଥିବାରୁ ଲୋକଙ୍କୁ ଏହି ସମୟରେ ଖୋଲାସ୍ଥାନକୁ ବାହାରିବାକୁ ବାରଣ କରାଯାଇଛି।