ରାଜ୍ୟରେ ଦିନକରେ ଆଉ ୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୯/୦୬:  ରାଜ୍ୟରେ ଏବେ ଧୀରେ ଧୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୮ ଓ ସ୍ଥାନୀୟ ଅଞ୍ଚଳରୁ ୧୩ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୫୭୬ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୨,୭୯,୨୭୦ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୨୭ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।