ଗ୍ରୀଷ୍ମପ୍ରବାହ ପାଇଁ ୬ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର,୯/୬: ରାଜ୍ୟରେ ପଶ୍ଚିମ ଓଡ଼ିଶାରେ ପ୍ରବଳ ତାତି ଅନୁଭୂତ ହେଉଥିବା ବେଳେ ଉଚ୍ଚ ଆଦ୍ରତା ପ୍ରଭାବରେ ଉପକୂଳରେ ଅସହ୍ୟ ଗୁଳୁଗୁଳି ସାଧାରଣ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଇଲାଣି। ପାଣିପାଗର ଏପ୍ରକାର ସ୍ଥିତି ଆଗାମୀ ୨ ଦିନ ପର୍ଯ୍ୟନ୍ତ ଜାରି ରହିବ ଏବଂ ପଶ୍ଚିମ ଓଡ଼ିଶାରେ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ପ୍ରବଳ ଗ୍ରୀଷ୍ମ ଲହରୀ ପ୍ରବାହିତ ହେବ ବୋଲି ଆଜି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ଜାରି କରଯାଇଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ ଓଡ଼ିଶାର ୬ଟି ଜିଲ୍ଳାରେ ପ୍ରବଳ ଗ୍ରୀଷ୍ମପ୍ରବାହ ଜାରି ରହିବାର ସମ୍ଭାବନା ରହିଥିବା ନେଇ ସତର୍କ କରାଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଜାରି ସତର୍କ ସୂଚନାରେ କୁହାଯାଇଛି ଯେ ପଶ୍ଚିମ ଓଡ଼ିଶାର ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୋନପୁର, କଳାହାଣ୍ଡି ଓ ନୂଆପଡ଼ା ପ୍ରଭୃତି ୬ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ଗ୍ରୀଷ୍ମ ଲହରି ପ୍ରବାହିତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିବା ସହ ଶିଶୁ, ବୃଦ୍ଧ ଏବଂ ଅସୁସ୍ଥ ଲୋକଙ୍କ ପ୍ରତି ବିଶେଷ ଦୃଷ୍ଟି ରଖିବା ସହ ଦିନ ୧୧ଟାରୁ ଅପରାହ୍ନ ୩ଟା ମଧ୍ୟରେ ପଦାକୁ ଖରାରେ ନବାହାରିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।