ରାଜ୍ୟରେ ଦିନକରେ ଆଉ ୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୬/୦୬:  ରାଜ୍ୟରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଗତକାଲି ଅପେକ୍ଷା ବୃଦ୍ଧି ପାଇଛି । ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୨୪ ଓ ସ୍ଥାନୀୟ ଅଞ୍ଚଳରୁ ୧୭ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୪ ଜଣ  ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୭୩୭ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୨,୭୯,୩୮୧ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୭୭ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।