ଜାରି ରହିବ ପ୍ରାକ୍‌-ମୌସୁମୀ ବର୍ଷା

ଭୁବନେଶ୍ବର,୧୮/୦୬ : ଦକ୍ଷିଣ ଓଡ଼ିଶାର କେତେକ ଅଞ୍ଚଳରେ ମୌସୁମୀ ସକ୍ରିୟ ହେବା ସହ ରାଜ୍ୟର ପାଗରେ ପରିବର୍ତ୍ତନ ଦେଖାଯାଇଛି। ଉପକୂଳ ଓଡ଼ିଶା ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍‌-ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଛି। ଏହି ବର୍ଷା ମୌସୁମୀକୁ ଅଧିକ ସକ୍ରିୟ କରିବାରେ ସାହାଯ୍ୟ କରିବ ଓ ମୌସୁମୀକୁ ଆଗକୁ ବଢ଼ିବାରେ ବଳ ଯୋଗାଇବ। ଫଳରେ ଆସନ୍ତା ୩ ଦିନ ମଧ୍ୟରେ ରାଜ୍ୟର ଆଉ କିଛି ସ୍ଥାନରେ ଦକ୍ଷିଣ-ପଶ୍ଚିମ ମୌସୁମୀ ସକ୍ରିୟ ହୋଇଯିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଆସନ୍ତାକାଲି ମଧ୍ୟ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନ‌ାଳ, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ବୌଦ୍ଧ, ସୋନପୁର, କଟକ, ଯାଜପୁର, ଭଦ୍ରକ, ବାଲେଶ୍ବର ଓ ବଲାଙ୍ଗୀର ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ଏଥିପାଇଁ ଏହି ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।