ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୨,୨୪୯ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୨/୦୬: ଦେଶରେ ଆଜି କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା କିଛି ହ୍ରାସ ପାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୨,୨୪୯ କରୋନା ଭାଇରସ୍‌ ଜନିତ ନୂତନ ସଂକ୍ରମଣ ଓ ୧୩ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୨,୭୮୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪୩,୩୩୧୬୪୫ ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୧୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୯୦୩ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୯୮୬୨ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୭,୨୫୦,୫୫। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୮୧୬୮୭।