ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ବଡ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨/୦୬: ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ୬୬୩ ଟି ପଦବୀକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଏହା ମଧ୍ୟରେ ପ୍ରତିଟି ବାଟାଲିଅନ ପାଇଁ ୨୧୧ ପଦବୀକୁ ମଞ୍ଜୁରୀ ମିଳିଛି । ଏହାସହ ୧୩୨ ଟି ପଦବୀ ଆଉଟ୍ ସୋର୍ସିଂ ମାଧ୍ୟମରେ ପୁରଣ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହି ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ରିଜର୍ଭ ବାଟାଲିଅନ ପାଇଁ ୨୨୧ଟି ପଦବୀ ସୃଷ୍ଟି କରାଯାଇଛି।

ଏହି ନୂତନ ପଦବୀ ଗୁଡିକ ହେଲା ଡେପୁଟି କମାଣ୍ଡାଣ୍ଟ-୧, ହାବିଲଦାର ମେଜର-୧୮, ହାବିଲଦାର-୨୩, କନେଷ୍ଟବଳ-୧୫୪, ଇନିସ୍‌ପେକ୍ଟର(WT)-୧, ସବ୍‌ଇନିସ୍‌ପେକ୍ଟର (WT)-୨, ହାବିଲଦାର (WT)-୪, କନେଷ୍ଟବଳ(WT)-୧୩, ହେଡକ୍ଲର୍କ-୧, ମେଡିକାଲ ଅଫିସର-୧, ଫାର୍ମାସିଷ୍ଟ-୨ ଓ ଷ୍ଟାଫ ନର୍ସ-୧ । ଏହିପରି ପ୍ରତ୍ୟେକ ବାଟାଲିଅନରେ ୨୨୧ ଜଣ କର୍ମଚାରୀ ଓ ଅଧିକାରୀ ନିୟୋଜିତ ହେବେ। ଏହାସହିତ ପ୍ରତ୍ୟେକ ବାଟାଲିଅନରେ ବିଭିନ୍ନ ସହାୟକ କାର୍ଯ୍ୟ ପାଇଁ ୪୪ଟି ପଦବୀ ସୃଷ୍ଟି କରାଯାଇଛି, ଯାହାକି ଆଉଟ ସୋର୍‌ସିଂ ଜରିଆରେ ପୂରଣ କରାଯିବ। ୩ଟି ବାଟାଲିଅନ ପାଇଁ ୧୩୨ଟି ଆଉଟ ସୋର୍‌ସିଂ ପଦବୀ ସୃଷ୍ଟି କରାଯାଇଛି।