ପ୍ରବଳ ବର୍ଷା ନେଇ ୧୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୨୩/୦୬: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ଗତ ୨ ଦିନ ହେବ ରାଜ୍ୟର କେତେକ ଅଞ୍ଚଳରେ ବର୍ଷା ହୋଇଛି। ଆଜି ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲା ସମେତ ଦକ୍ଷିଣ ଓ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏଥିପାଇଁ ଆଜି ୧୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ, ଦେବଗଡ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଓ ବଲାଙ୍ଗିର। ଏସବୁ ଜିଲ୍ଲା ଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ।