କିପରି କଟିବ ଆଜି ଆପଣଙ୍କ ଦିନ: ୨୫/୦୬/୨୦୨୨

ମେଷ:ଆର୍ଥିକ କ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ । ପାରିବାରିକ ଜୀବନ କ୍ଷେତ୍ରରେ ଆନନ୍ଦମୟ ପରିସ୍ଥିତି ସୃଷ୍ଟିହେବ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ । ରାଜନୀତି କ୍ଷେତ୍ରରେ ସହଯୋଗୀ ବା ଭାଇଭଳି ଚଳୁଥିବା ବ୍ୟକ୍ତିମାନେ ପୂର୍ଣ୍ଣ ସହଯୋଗ କରିବେ ।

ବୃଷ:ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ ।

ମିଥୁନ:ସରକାରୀ କ୍ଷେତ୍ରରେ ସଫଳତା ମିଳିବା ଫଳରେ ମାନସିକ ଶାନ୍ତି ପାଇବେ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ ।

କର୍କଟ:ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ପ୍ରଶଂସା ପାଇବେ । ବିଦେଶ ଯାତ୍ରାରେ ସଫଳ ହେବେ । ବନ୍ଧୁ ମିତ୍ରଙ୍କ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ ।

ସିଂହ:ବାସସ୍ଥାନ ବା ଯାନବାହାନ ପାଇଁ ଖର୍ଚାନ୍ତ ହୋଇ ପାରନ୍ତି । ପରିବାରର କେତେକ ସମସ୍ୟା ସମାଧାନ ହୋଇ ବନ୍ଧୁଙ୍କ ସହଯୋଗ ପାଇ ସୁଖପ୍ରାପ୍ତି ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ପଢ଼ାପଢ଼ିରେ ମନଦେବେ ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗ ଦେବେ ।

କନ୍ୟା:ଅଧିକାରୀ କାମରେ ପ୍ରସନ୍ନ ରହିବେ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହିବେ । ପ୍ରେମିକ ପ୍ରେମିକା ମାନେ ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବେ ।

ତୁଳା:ସାମାଜିକକ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବା ସହ କେତେକ କ୍ଷେତ୍ରରେ ଉଚ୍ଚପଦ ପଦବି ପ୍ରାପ୍ତି ହେବ । ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ । ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ ।

ବିଛା:ଶାରିରୀକ ଓ ମାନସିକ ସୁସ୍ଥତା ଅନୁଭବ କରିବେ । ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ । କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବେ । ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ । ନୂତନ ନିଯୁକ୍ତି କ୍ଷେତ୍ରରେ ସଫଳତା ଦେଖାଦେବ ।

ଧନୁ:ସମସ୍ତ କର୍ମ ସହଜ ସରଳରେ ହିଁ ସମ୍ପନ୍ନ ହେବ । ସ୍ୱାସ୍ଥ୍ୟ ଠିକ୍ ରହିବ । ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବା ପାଇଁ ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ । ପ୍ରେମୀକ ପ୍ରେମିକାଙ୍କ ମିଳନ ହେବ ।

ମକର:ସମସ୍ତ ନିର୍ଣ୍ଣୟ ଓ ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ସ୍ୱାସ୍ଥ୍ୟଗତ ସମସ୍ୟାରେ ଉନ୍ନତି ହେବ । ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି । ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବେ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ ।

କୁମ୍ଭ:ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକ ଶାନ୍ତି ଅନୁଭବ କରିବେ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ ।

ମୀନ:ସରକାରୀ କାମରେ ସଫଳତା ପାଇବେ । ସ୍ୱାସ୍ଥ୍ୟରେ ସାମାନ୍ଯ ଉନ୍ନତି ପରିଲକ୍ଷିତ ହୋଇ ପାରେ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ ।