କାଳବୈଶାଖୀ ସହ ପ୍ରବଳ ବର୍ଷା ଓ ବଜ୍ରପାତ ନେଇ ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର,୨୭/୦୬: ଦକ୍ଷିଣ ଓଡ଼ିଶାର ବାୟୁମଣ୍ଡଳରେ ସମୁଦ୍ର ପତନ ଠାରୁ ୧.୫ କିମି ଉଚ୍ଚତାରେ ଏକ ଘୂର୍ଣ୍ଣି-ବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ୧୨ଟି ଜିଲ୍ଲାରେ କାଳବୈଶାଖୀ ଓ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ୨୮ ତାରିଖ ସୁଦ୍ଧା ରାଜ୍ୟର ମାଲକାନଗିରି, କେନ୍ଦ୍ରାପଡ଼ା, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଜପତି, ଗଂଜାମ, ମୟୂରଭଂଜ, ବାଲେଶ୍ୱର, ଯାଜପୁର ଓ ଭଦ୍ରକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ସହ ପ୍ରବଳ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।