କିପରି କଟିବ ଆଜି ଆପଣଙ୍କ ଦିନ: ୨୯/୦୬/୨୦୨୨

ମେଷ:ନୂତନ ଯୋଜନାରେ ସଫଳତା ମିଳିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ଅଧସ୍ତନ କର୍ମୀଙ୍କ ଠାରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ ।

ବୃଷ:ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ । ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ଅବସାନ ହେବ । ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ ।

ମିଥୁନ:ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ ।

କର୍କଟ:ସାମାଜିକ, ଆଧ୍ୟାତ୍ମିକ, ଧାର୍ମିକ ଓ କାର୍ଯ୍ୟ ସଂସ୍ଥାରେ ସାମିଲ ହୋଇ ପାରନ୍ତି । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ପରିବାରରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ଆର୍ଥିକ ସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ରାଜନୀତିରେ କୃତକାର୍ଯ୍ୟ ହେବେ ।

ସିଂହ:ସରକାରୀ କ୍ଷେତ୍ରରେ ଉନ୍ନତିହେବ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି । କର୍ମକ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବ୍ୟବସାୟରେ ଆଶାତୀତ ଲାଭବାନ ହେବେ ।

କନ୍ୟା:ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ । ବାଦବିବାଦ, ମାଲିମକଦ୍ଦମା ଓ ସାକ୍ଷାତ୍କାରରେ ସଫଳତା ମିଳିବ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇ ପାରେ ।

ତୁଳା:ବ୍ୟବସାୟିକ କ୍ଷେତ୍ରରେ ଆଶାଜନକ ଫଳପ୍ରାପ୍ତି ହେବ । ଲେଖକ, ପତ୍ରକାର, ସଙ୍ଗୀତଜ୍ଞ ଓ ସରକାରୀ କର୍ମରତ ଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭହେବ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇ ପାରନ୍ତି । ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ ।

ବିଛା:କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଧନଲାଭ ହେବ କିନ୍ତୁ ବ୍ୟୟ ମଧ୍ୟ ହେବ । ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ ।

ଧନୁ:ଉତ୍ତମ ରୋଜଗାର ହେବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ପାରନ୍ତି । ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ ।

ମକର:ଶତୃ, ରୋଗ, ଋଣରୁ ମୁକ୍ତି ହେବେ । ନୂତନ ବନ୍ଧୁ ଭେଟ ହେବେ ଓ ଶୁଭ ସମାଚାର ଶୁଣିବାକୁ ମିଳିବ । କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ସଫଳତା ଲାଭ କରିବେ । କାର୍ଯ୍ୟକ୍ଷେତ୍ରରେ ନୂତନ ଯୋଜନା ପାଇଁ ସହଯୋଗ ମିଳିବ ଓ ନିଜର ନୂଆଲକ୍ଷ ନିର୍ଦ୍ଧାରିତ କରିବେ ।

କୁମ୍ଭ:ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । କର୍ମକ୍ଷେତ୍ରରେ ପରିବର୍ତ୍ତନ ହେବା ଫଳରେ ଶାନ୍ତି ପାଇବେ । ସ୍ଥାନାନ୍ତର ହେବାକୁ ଚେଷ୍ଟାକଲେ ଉତ୍ତମ ସ୍ଥାନରେ ଅବସ୍ଥାପିତ ହେବେ । ବ୍ୟବସାୟରେ ଉନ୍ନତି ହେବା ସହ ପ୍ରଚୁର ଲାଭବାନ ହେବେ ।

ମୀନ:ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । କାରବାର ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ ।