ବଡ ଖବର: ଆସନ୍ତା ୬ତାରିଖ ଦିନ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ

ଭୁବନେଶ୍ୱର,୪/୭ : ଛାତ୍ରଛାତ୍ରୀଙ୍କ ପାଇଁ ବଡ ଖବର । ଆସନ୍ତା ୬ତାରିଖ ଦିନ ଗୋଟାଏରେ ମାଟ୍ରିକ୍ ରେଜଲ୍ଟ ପ୍ରକାଶ ପାଇବ। ଏ ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି । ସୂଚନାଯୋଗ୍ୟ ଯେ କରୋନା ମହାମାରୀ ଯୋଗୁଁ ୨ବର୍ଷ ପରେ ଏଥର ଅଫଲାଇନ୍‌ରେ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେଇଛନ୍ତି । ଚଳିତ ବର୍ଷ ୩, ୨୦୩ ପରୀକ୍ଷା କେନ୍ଦ୍ରରେ ମୋଟ ୫ ଲକ୍ଷ ୭୧ ହଜାର ୯୦୯ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ଏପ୍ରିଲ ୨୯ରୁ ମେ ୭ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ଚାଲିଥିଲା । ମେ’ ୨୧ରେ ମାଟ୍ରିକ ଖାତା ମୂଲ୍ୟାୟନ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ରେଗୁଲାର ପରୀକ୍ଷା ସହିତ ଏସ୍ଓସ୍ ଓ ମଧ୍ୟମା ପରୀକ୍ଷାର ଖାତା ମୂଲ୍ୟାୟନ ହୋଇଥିଲା । ରାଜ୍ୟର ମୋଟ୍‌ ୫୮ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖା ହୋଇଥିଲା । ଖାତା ଦେଖା ପାଇଁ ୪୮୧ ଜଣ ମୁଖ୍ୟ ପରୀକ୍ଷକଙ୍କ ସହ ୯୦୦ ଜଣ ଉପ ପରୀକ୍ଷକ, ୮୯୧୯ ଜଣ ସହକାରୀ ପରୀକ୍ଷକ ଓ ୯୩୦ ଜଣ ସ୍କ୍ରୁଟିନାଇଜର ଏଥିରେ ନିୟୋଜିତ ହୋଇଥିଲେ ।