ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ପୁଣି ଥରେ ଅପିଲ୍ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫/୭:ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣିଥରେ ଅପିଲ୍ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କୁ ଭେଟିଛନ୍ତି ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ । ଏହି ସମୟରେ ମୁଖ୍ୟମନ୍ତ୍ରୀ ନିଜେ ନରସିଂହଙ୍କ ସହିତ ଫୋନରେ କଥା ହୋଇଛନ୍ତି । କଂଗ୍ରେସ ବିଧାୟକ ଓ ସାଂସଦଙ୍କୁ ଦ୍ରୌପଦୀଙ୍କୁ ଭୋଟ୍ ଦେବାକୁ ନିବେଦନ କରିଛନ୍ତି ।

ଏହାସହ କଂଗ୍ରେସ ବିଧାୟକ, ବଣାଇ ସିପିଏମ ବିଧାୟକ ଲକ୍ଷ୍ମଣ ମୁଣ୍ଡାଙ୍କୁ ବୁଝାଇବାକୁ ନବୀନ ବିଜେଡିର ବରିଷ୍ଠ ନେତାଙ୍କୁ ଦାୟିତ୍ବ ଦେଇଛନ୍ତି । ପିସିସି ସଭାପତିଙ୍କୁ ବି ବୁଝାଇବା ପାଇଁ ନବୀନ ଦଳୀୟ ନେତାଙ୍କୁ ଦାୟିତ୍ବ ଦେଇଛନ୍ତି । ଓଡିଶା କଂଗ୍ରେସର ୯ ବିଧାୟକ ଦ୍ରୌପଦୀଙ୍କୁ ଭୋଟ ଦେବାକୁ ଅନୁରୋଧ କରିଛନ୍ତି । ଏହା ପୂର୍ବରୁ ରାୟଗଡାର ସ୍ୱାଧୀନ ବିଧାୟକ ମକରନ୍ଦ ମୁଦୁଲୀ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ କ୍ରମେ ମୁର୍ମୁଙ୍କୁ ରାଷ୍ଟ୍ରପତି ନିର୍ବାଚନରେ ସମର୍ଥନ ଦେବେ ବୋଲି ଆଶ୍ୱାସନା ଦେଇଛନ୍ତି ମକରନ୍ଦ ।