ଆହୁରି ୫ ଦିନ ପ୍ରବଳ ବର୍ଷିବ, ଜାରି ହେଲା ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର,୧୩/୦୭: ରାଜ୍ୟରେ ଏବେ ଲଘୁଚାପ ଜନିତ ବର୍ଷା ଜାରି ରହିଛି। ଅନ୍ୟପଟେ ଆହୁରି ୫ ଦିନ ବର୍ଷିବ ବୋଲି ସୂଚନା ରହିଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ନେଇ ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି ରହିଛି। ଅରେଞ୍ଜ ୱାର୍ଣ୍ଣିଂ ଜିଲ୍ଲାରେ ଅତି ପ୍ରବଳ ବର୍ଷା ତଥା ୭ରୁ ୨୦ ସେମି ବର୍ଷା ହେବାର ଆଶଙ୍କା ରହିଛି। ସେହିପରି ୟେଲୋ ୱାର୍ଣ୍ଣିଂ ଜିଲ୍ଲାରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି।