ବିଏମସିରେ କଡାକଡି ହେଲା ନିୟମ, ମାସ୍କ ବାଧ୍ୟତାମୂଳକ

ଭୁବନେଶ୍ୱର,୧୬/୭: ରାଜ୍ୟରେ ଏବେ କରୋନା ସଂକ୍ରମଣ ବଢୁଛି । ଏହାସହ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ସଂକ୍ରମଣ ବଢ଼ିବାରେ ଲାଗିଛି । ଏହି ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବିଏମସି ନିୟମ କଡାକଡି କରିଛି । କୋଭିଡ୍ ନିୟମ ଅମାନ୍ୟ କଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ ହେବ ବୋଲି ଚେତାବନୀ ଦିଆଯାଇଛି । ସର୍ବସାଧାରଣ ସ୍ଥାନରେ ମାସ୍କ ବାଧ୍ୟତାମୂଳକ କଲା ବିଏମସି । ବିନା ମାସ୍କରେ ମଲ, ଦୋକାନ, ଷ୍ଟୋରକୁ ପ୍ରବେଶ ମନା କରାଯାଇଛି । ନୋ ମାସ୍କ, ନୋ ଏଣ୍ଟ୍ରି, ନୋ ଗୁଡ୍ସର ବାର୍ତ୍ତା ରଖିବେ ଦୋକାନୀ । ସେହିପରି ମାସ୍କ ନପିନ୍ଧିଲେ ପେଟ୍ରୋଲ ଟାଙ୍କିରେ ତେଲ ମଧ୍ୟ ମିଳିବ ନାହିଁ । ଘରୋଇ ତଥା ସରକାରୀ ଅଫିସରେ ମଧ୍ୟ ମାସ୍କ ପରିଧାନକୁ ଗୁରୁତ୍ୱ ଦେବାକୁ ପରାମର୍ଶ ଦିଆଯାଇଛି । ନିୟମ ଅମାନ୍ୟ କଲେ ଦୃଢ କାର୍ଯ୍ୟାନୁଷ୍ଠାନ ନେଇ ଚେତାବନୀ ଦିଆଯାଇଛି ।