ରାଜ୍ୟରେ ଦିନକରେ ଆଉ ୯୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୯/୦୭:  ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୯୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ  ୫୫୩ ଓ ସ୍ଥାନୀୟ ଅଞ୍ଚଳରୁ ୩୯୨ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୧୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୦୦,୮୭୩ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୨,୮୫,୩୭୪ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୬୩୧୬ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।