କିପରି କଟିବ ଆଜି ଆପଣଙ୍କ ଦିନ: ୨୨/୦୭/୨୦୨୨

ମେଷ:ବ୍ୟବସାୟରେ ଖୁବ୍ ଆଶାବାଦୀ ହେବେ । ଖେଳରେ ପ୍ରଶଂସା ପାଇବେ, ବିଦ୍ୟାରେ ମନନିବେଶ କରିବେ । ରାଜନୀତିରେ ସ୍ଵାର୍ଥରକ୍ଷା କରିବାରେ ସମୟ ବିତିବ । କୌଣସି ଆନୁଷ୍ଠାନିକ ଓ ସାଙ୍ଗଠନିକ କାର୍ଯ୍ୟରେ ଯୋଗ ଦେବେ ।

ବୃଷ:କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ସାମାଜିକ କାର୍ଯ୍ୟରେ ନୂତନ ଲୋକଙ୍କ ସହ ସାକ୍ଷାତ ହୋଇ ସମ୍ପର୍କ ଦୃଢ ହେବ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ ।

ମିଥୁନ:ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଜାଗାଜମି, ଗୃହ ଉପକରଣ କ୍ରୟ କରିବେ । ଯାନ ବାହାନ ପ୍ରାପ୍ତି ହେବ । ବ୍ୟବସାୟରେ ପୂର୍ବ ସମସ୍ୟାର ସମାଧାନ ହୋଇ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ ।

କର୍କଟ:ଶତ୍ରୁମାନେ ପରାଜିତ ହେବେ । ଧନଦାୟକ ଅନେକ ଶୁଭକର୍ମର ସୁଯୋଗ ପାଇବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତକାରରେ ଅପେକ୍ଷାରେ ରହିବେ । ଇଲେକ୍ଟ୍ରୋନିକ୍‌ ସରଞ୍ଜାମ, କମ୍ପୂଟର, ମୋବାଇଲ ଆଦି କ୍ରୟ କରିବେ ।

ସିଂହ:ରାଜନୈତିକ କ୍ଷେତ୍ରରେ ଶତୃ ଓ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ । କୌଣସି ଗୁରୁତ୍ଵପୂର୍ଣ୍ଣ କର୍ମ ନେଇ ଆର୍ଥିକ ଅନାଟନ ମଧ୍ୟରେ ନିଜକୁ ଅଣନିଃଶ୍ଵାସୀ ମନେ କରିବେ ତେଣୁ ଧାରକରଜ କରିବାକୁ ବାଧ୍ୟ ହେବେ ।

କନ୍ୟା:ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ । ବିଦ୍ୟା କ୍ଷେତ୍ରରେ ପ୍ରତିଭାର ବିକାଶ ହେବ । ଅତୀତରେ ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ । ପରିବାରରେ ସୁଖ-ଶାନ୍ତି ଆସିବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ।

ତୁଳା:ସମାଜ ସେବା ଓ ରାଜନୀତିରେ ସୁନାମ ଅର୍ଜନ କରିବେ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ ।

ବିଛା:ସାଧୁସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ । ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ । ପାରିବାରିକ ଓ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ ।

ଧନୁ:ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ପାରିବାରିକ ସ୍ତରରେ ଭୁଲ ବୁଝାମଣା ଜନିତ ସମସ୍ୟା ସମାଧାନ କରି ସୁଖଶାନ୍ତି ପାଇବେ ।

ମକର:ସ୍ୱାସ୍ଥ୍ୟ ଭଲ ରହିବ । ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ପାଇବା ଫଳରେ ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ଭାଇଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହେବ ।

କୁମ୍ଭ:ସମସ୍ତ ଚିନ୍ତା ଦୂର ହୋଇ ପରାକ୍ରମ ବଢିବ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଦେଖାଦେବ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । କର୍ମକ୍ଷେତ୍ରଟି ସୁଦୃଢ ହେବ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ ।

ମୀନ:ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ । ମିତ୍ରମାନଙ୍କ ସହଯୋଗ ପାଇ ବ୍ୟାପାର ଓ କାରବାରରେ ସ୍ଥିତି ସୁଦୃଢ ହେବା ସହ ପରିସ୍ଥିତି ବଦଳିଯିବ । ପ୍ରେମ ପ୍ରସଙ୍ଗରେ ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ ।