ଦ୍ରୌପଦୀ ମୁର୍ମୁଙ୍କ ସହ ଫୋନରେ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨/୭: ଦ୍ରୌପଦୀ ମୁର୍ମୁଙ୍କ ସହ ଫୋନରେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିବାରୁ ସେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଏହାସହ ଓଡିଶାବାସୀଙ୍କ ତରଫରୁ ଅଭିନନ୍ଦନ ଜଣାଇଛନ୍ତି ନବୀନ ପଟ୍ଟନାୟକ । ଏହି ସଫଳତା ପାଇଁ ରାଜ୍ୟବାସୀ ଗର୍ବିତ । ଜୁଲାଇ ୨୫ରେ ଦ୍ରୌପଦୀ ମୁର୍ମୁ ପଞ୍ଚଦଶ ରାଷ୍ଟ୍ରପତି ଭାବେ ଶପଥ ନେବେ । ଶପଥ ଗ୍ରହଣ ସମାରୋହରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ । ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ ମିଳିଛି । ମୁଖ୍ୟମନ୍ତ୍ରୀ ଆସନ୍ତାକାଲି ୪ ଦିନିଆ ନୂଆଦିଲ୍ଲୀ ଗସ୍ତ କରିବେ । ଶପଥ ସମାରୋହ ପରଦିନ ଅର୍ଥାତ୍ ୨୬ ତାରିଖରେ ସେ ଭୁବନେଶ୍ୱର ଫେରି ଆସିବେ ।