ଦ୍ରୋପଦୀ ମୁର୍ମୁଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୪/୭:ଦିଲ୍ଲୀରେ ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଓଡିଶାର ମାଟିର ଝିଅ ଦେଶର ପରବର୍ତୀ ରାଷ୍ଟ୍ରପତି ହୋଇଥିବାରୁ ସେ ଅନେକ ଗର୍ବ ଅନୁଭବ କରୁଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ବିଜେଡିର ସାଂସଦମାନେ ବି ଦ୍ରୌପଦୀ ମୁର୍ମୁଙ୍କ ଭେଟିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ଆସନ୍ତାକାଲି ରାଷ୍ଟ୍ରପତିଙ୍କ ଶପଥ ଗ୍ରହଣ ସମାରୋହରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ ।