ରାଜ୍ୟରେ ଦିନକରେ ଆଉ ୬୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୬/୦୭:  ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଏହାରିମଧ୍ୟରେ ଆଜି ରାଜ୍ୟରେ ଦିନକରେ ଆଉ ୬୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୩୮୭ ଓ ସ୍ଥାନୀୟ ଅଞ୍ଚଳରୁ ୨୭୫ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୧୦୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୦୭,୯୧୧ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୨,୯୧,୬୬୯ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୭୦୫୪ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।