ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ

ଭୁବନେଶ୍ବର,୨୬/୭: ଆସନ୍ତାକାଲି ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ । ଅପରାହ୍ନ ୪ଟା ବେଳେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଫଳାଫଳ ପ୍ରକାଶ ପାଇବ ବୋଲି ଜଣାପଡ଼ିଛି। ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ଫଳାଫଳ କାଲି ପ୍ରକାଶ ପାଇବା ସହ କଳାର ଫଳାଫଳ ସପ୍ତାହକ ମଧ୍ୟରେ ପ୍ରକାଶ ପାଇବ ବୋଲି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ। ପ୍ରତିବର୍ଷ ପରି ଚଳିତଥର ମଧ୍ୟ ବିଜ୍ଞାନ ଓ ବାଣିଜ୍ୟର ସମସ୍ତ ଉତ୍ତର ଖାତା ଇ-ମୂଲ୍ୟାୟନ କରାଯାଇଛି । ଚଳିତବର୍ଷ ରାଜ୍ୟର ୧୧୩୩ଟି ପରୀକ୍ଷା କେନ୍ଦ୍ରରେ ୩ଲକ୍ଷ ୨୧ହଜାର ୫୦୮ ପରୀକ୍ଷାର୍ଥୀ ପରୀକ୍ଷା ଦେବାକୁ ପଞ୍ଜୀକରଣ କରିଥିଲେ।