କିପରି କଟିବ ଆଜି ଆପଣଙ୍କ ଦିନ: ୩୧/୦୭/୨୦୨୨

ମେଷ:ଧୈର୍ଯ୍ୟ, ସାହସ ଓ ବୁଦ୍ଧିମତା ଯୋଗେ ପ୍ରଶଂସା ପାଇବେ । ଗୁରୁଜନଙ୍କ ସହିତ କଥାବାର୍ତ୍ତା କରିବା ବେଳେ ଶିଷ୍ଟାଚାର ପାଳନ କରନ୍ତୁ । ବିଦ୍ୟାର୍ଥୀମାନଙ୍କର ଅଧ୍ୟୟନ ପ୍ରତି ଆଗ୍ରହ ବଢିବ । ପ୍ରତିସ୍ପର୍ଦ୍ଧା ଓ ପ୍ରତିଯୋଗିତାରେ ବିଜୟଶ୍ରୀ ହେବ । ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ ।

ବୃଷ:ସହକର୍ମୀ ଓ ଅଧିନସ୍ଥ କର୍ମଚାରୀଙ୍କ କାମ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ପୁରାତନ ସମସ୍ୟାର ସମାଧାନ ହେବ ।

ମିଥୁନ:ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ଶାରିରୀକ ସୁସ୍ଥତା ଦେଖା ଦେବ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର ହୋଇ ଯିବ । ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ ।

କର୍କଟ:ସମାଜ ସେବାକରି ସ୍ଵନାମ ଅର୍ଜନ କରିବେ ଓ ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ । ପାରିବାରିକ କ୍ଷେତ୍ରରେ ଆନନ୍ଦ ମିଳିବ ।

ସିଂହ:ଶତୃ, ରୋଗ, ଋଣରୁ ମୁକ୍ତି ହେବେ । ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । ନୂତନପନ୍ଥା ଅନୁସରଣ କରି ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ । ବ୍ୟବସାୟ କ୍ଷେତ୍ରରେ ନୂଆ ଯୋଜନା ଉପରେ କାର୍ଯ୍ୟ କରିଲେ ମନୋକାମନା ପୂରଣ ହେବ ।

କନ୍ୟା:ବ୍ୟବସାୟରେ ମନ ଲଗେଇ କାମକଲେ ଭଲ ଲାଭହେବ । ଗୃହରେ ଥିବା କଳହ, ପତିପତ୍ନୀଙ୍କ ମଧ୍ୟରେ ମତଭେଦ, ବିରୋଧଭାବ ଓ ତିକ୍ତତା ଭାବର ସମାଧାନ ହେବ । ରାଜନୀତି କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ ଓ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ ।

ତୁଳା:ସାନ ଭାଇ ଭଉଣୀଙ୍କ ଠାରୁ ଲାଭ ପାଇବା ସହ ଆପଣ ସେମାନଙ୍କର ସବୁ ଆବଶ୍ୟକତାର ସଂପୂର୍ଣ୍ଣ ଯତ୍ନ ନେବେ । ନୂତନ ବ୍ୟବସାୟ ଦ୍ୱାରା ବିଶେଷ ଲାଭାନ୍ୱିତ ହେବେ ଓ ଧନ ସଂଗ୍ରହ କରିବାର ଚେଷ୍ଟା ସଫଳ ହେବ । ଯେ କୌଣସି ରଚନାତ୍ମକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବିଛା:ବ୍ୟବସାୟରେ ବୁଦ୍ଧି ପ୍ରୟୋଗ କରି ବଡ ଧରଣର ସଫଳତା ପାଇପାରିବେ । କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ବିରୋଧି ମାନେ ପ୍ରଶଂସା କରିବେ । ଛାତ୍ରଛାତ୍ରୀମାନେ ବିଦ୍ୟାରେ ମନଯୋଗ ଦେବେ ।

ଧନୁ:ଶତୃମାନଙ୍କୁ ମୁକାବିଲା କରିପାରିବେ । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ ।

ମକର:ବ୍ୟବସାୟରେ ସାମାନ୍ୟ ଲାଭବାନ ହେବେ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ପଦସ୍ଥବ୍ୟକ୍ତି ଓ ବରିଷ୍ଠ ବ୍ୟକ୍ତିଙ୍କ ସାହାଯ୍ୟରେ ଅଟକିଥିବା କାର୍ଯ୍ୟ ପୂରଣ ହେବ ।

କୁମ୍ଭ:ସାମାଜିକ କାର୍ଯ୍ୟରେ ସଫଳ ହେବେ । ଜାଗା, ଜମି, ଗୃହ ବାହନ ଆଦି ପାଇଁ ଚୂକ୍ତିପତ୍ର ହେବ । କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ସଫଳତା ଅର୍ଜନ କରିବେ । ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ ।

ମୀନ:ସମସ୍ତ ସମସ୍ୟା ଅପସରି ଯିବ ଶତୃମାନେ ତଳମୁହାଁ ହେବେ । ବିରାଟ ଯୋଜନାର ସଂକଳ୍ପ ନେବା ଫଳରେ ମାନ ସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ଗୁରୁତ୍ୱପୂର୍ଣ୍ଣ ଯୋଜନାକୁ ଆରମ୍ଭ କରିପାରିବେ ।