ଆରପାରିରେ ଓଡ଼ିଆ ଗାୟିକା ନିର୍ମଳା ମିଶ୍ର

କୋଲକାତା,୩୧/୭: ବିଶିଷ୍ଟ ବଙ୍ଗୀୟ ତଥା ଓଡ଼ିଆ ଗାୟିକା ନିର୍ମଳା ମିଶ୍ର ଆଉ ନାହାନ୍ତି। ଗତ ରାତିରେ କୋଲକାତାର ଚେତଲା ଅଞ୍ଚଳରେ ଥିବା ତାଙ୍କ ବାସଭବନରେ ଦେହାନ୍ତ ହୋଇଛି ବୋଲି ଜଣାଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ହୋଇଥିଲା। ସେ କିଛି ସମୟ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ତାଙ୍କର ହୃଦଘାତରେ ପରଲୋକ ହୋଇଛି। ସେ ଭୁନେଶ୍ବର ମିଶ୍ର, ବାଳକୃଷ୍ଣ ଦାସ, ଅକ୍ଷୟ ମହାନ୍ତି, ରାଖାଲ ମହାନ୍ତି ଓ ଶାନ୍ତନୁ ମହାପାତ୍ରଙ୍କ ପରି ପ୍ରଖ୍ୟାତ ସଙ୍ଗୀତକାରଙ୍କ ସହ କାମ କରିଥିଲେ। ସେ ପ୍ରାୟ ୨୦ଟି ଓଡ଼ିଆ ଚଳଚ୍ଚିତ୍ରରେ ପ୍ରଚ୍ଛଦପଟ୍ଟ ଗାୟିକା ହେବାର ସୌଭାଗ୍ୟପ୍ରାପ୍ତ କରିଥିଲେ। ତାଙ୍କର ଜନପ୍ରିୟ ଗୀତ ମଧ୍ୟରେ ନିଦଭରା ରାତି ମଧୁଝରା ଜହ୍ନ, ମୋ ମନର ବୀଣାର ତାରେ…, ଜୀବନ ଯମୁନାରେ ଜୁଆର ଉଠେରେ…., ମାୟା ଘେରା ମଧୁବନେ… ଯା ଯାରେ ଯା ମନପବନ ନଉକା…, ମାୟାବିନି ଏଇ ରାତି…, ନା ମାରନା ରହିଛି ।