ଆଗାମୀ ୫ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷ ସମ୍ଭାବନା , ୧୩ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ

ଭୁବନେଶ୍ବର,୩/୮: ଆଗାମୀ ୫ ତାରିଖରୁ ରାଜ୍ୟରେ ସାମାନ୍ୟ ବଷା ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୫ ତାରିଖରେ ୧୦ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୩ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ୫ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର ଓ କେନ୍ଦୁଝର ଆଦି ୧୩ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୂଚନାଯୋଗ୍ୟ ଯେ ୪ ତାରିଖ ଦିନ ରାଜ୍ୟର ପାଗ ଶୁଖିଲା ରହିବ । ୫ ତାରିଖ ଦିନ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ।