ମାନସ ମଙ୍ଗରାଜଙ୍କୁ ନୂଆ ଦାୟିତ୍ୱ

ଭୁବନେଶ୍ୱର,୪/୮: ବିଜେଡି ସାଂସଦ ମାନସ ମଙ୍ଗରାଜଙ୍କୁ ନୂଆ ଦାୟିତ୍ୱ ଦିଆଯାଇଛି । ତାଙ୍କୁ ସୂଚନା ଓ ପ୍ରସାରଣ ମନ୍ତ୍ରାଳୟର ପରାମର୍ଶଦାତା କମିଟିର ସଦସ୍ୟ ଭାବେ ମନୋନୀତ କରାଯାଇଛି। ସଂସଦୀୟ ବ୍ୟାପାର ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି । ସୂଚନାଯୋଗ୍ୟ ଯେ ଏହା ପୂର୍ବରୁ ସେ MPEDAର ସଦସ୍ୟ ଭାବେ ନିର୍ବାଚିତ ହୋଇଥିଲେ । ଏନେଇ ରାଜ୍ୟସଭା କମିଟି କୋଅର୍ଡିନେସନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା ।