କ୍ରୀଡା ଶିକ୍ଷକଙ୍କ ଘରେ ଭିଜିଲାନ୍ସ ରେଡ଼

ଭୁବନେଶ୍ୱର,୫/୮: କ୍ରୀଡା ଶିକ୍ଷକଙ୍କ ଘରେ ଭିଜିଲାନ୍ସ ରେଡ଼ । ଆୟ ବର୍ହିଭୁତ ସମ୍ପତି ଠୁଳ ଅଭିଯୋଗରେ ରେଡ଼ କରିଛି ଭିଜିଲାନ୍ସ । ବ୍ରହ୍ମପୁର ପାତ୍ରପୁର ବ୍ଳକ ଜୟନ୍ତପୁର ଦିବ୍ୟାସିଂହ ବିଦ୍ୟାପୀଠ ଉଚ୍ଚ ବିଦ୍ୟାଳୟର କ୍ରିଡ଼ା ଶିକ୍ଷକ ଜନାର୍ଦ୍ଦନ ସାହୁଙ୍କ ଘରେ ଭିଜିଲାନ୍ସ ଚଢଉ କରିଛି । ବ୍ରହ୍ମପୁର ଅନନ୍ତ ନଗର ସ୍ଥିତ ବାସଭାବନ ସହ ୧୧ଟି ସ୍ଥାନରେ ଚଢଉ କରିଛି ଭିଜିଲାନ୍ସ । ଜୟନ୍ତପୁରରେ ଥିବା ପେଟ୍ରୋଲ ପମ୍ପ, ଗ୍ୟାସ ଗୋଦାମ, ମଦ ଭାଟି ସହ ୧୧ଟି ସ୍ଥାନରେ ଚଢଉ ହୋଇଛି ।