ଆସନ୍ତା ୧୦ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୬/୮: ରାଜ୍ୟରେ ଆଜି ସକାଳୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଆରମ୍ଭ ହୋଇଛି ।  ତେବେ ଆଜିଠାରୁ ବର୍ଷାର ପରିମାଣ ବଢିବାକୁ ଥିବା ବେଳେ ଆସନ୍ତାକାଲି ଠାରୁ ଲଘୁଚାପ ବର୍ଷାରେ ଭିଜିବ ଓଡ଼ିଶା । ଏନେଇ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଲଘୁଚାପ ବର୍ଷା ପ୍ରଭାବରେ ଆଜିଠାରୁ ୧୦ ଅଗଷ୍ଟ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଆସନ୍ତା ୮ ଓ ୯ ତାରିଖରେ କିଛି ଜିଲ୍ଲାରେ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ।  ପ୍ରବଳ ବର୍ଷା ପାଇଁ ଚାଷୀ ମାନଙ୍କ ପାଇଁ ମଧ୍ୟ ଆଡଭାଇଜରି ଜାରି କରାଯାଇଛି । ଚାଷୀ ମାନଙ୍କୁ ସାମୟିକ ଭାବେ ଜମିରେ ୧୦ ତାରିଖ ଯାଏଁ କୀଟନାଶକ , ସାର ସିଞ୍ଚନ ପାଇଁ ବାରଣ କରାଯାଇଛି ।