ଶ୍ରୀମନ୍ଦିର ଐତିହ୍ୟ ପରିକ୍ରମା ପ୍ରକଳ୍ପ ବୁଲି ଦେଖିଛନ୍ତି 5T ସଚିବ

ପୁରୀ,୧୯/୮ : ପୁରୀ ଗସ୍ତରେ 5T ସଚିବ |  ଶ୍ରୀମନ୍ଦିର ଐତିହ୍ୟ ପରିକ୍ରମା ପ୍ରକଳ୍ପ ବୁଲି ଦେଖିଛନ୍ତି 5T ସଚିବ ଭି.କେ.ପାଣ୍ଡିଆନ୍‌ | ଗୁରୁବାର ସନ୍ଧ୍ୟାରେ ପୁରୀ ଗସ୍ତ କରି ସେଠାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର କାର୍ଯ୍ୟ ସଂପର୍କରେ ଜିଲ୍ଲାର ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି । କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ୫-ଟି ସଚିବ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିବାବେଳେ ପୁରୀ ସହରର ଅନ୍ୟାନ୍ୟ ବିକାଶମୂଳକ କାର୍ଯ୍ୟର ମଧ୍ୟ ସମୀକ୍ଷା କରିଛନ୍ତି । ୫-ଟି ସଚିବ କ୍ଷେତ୍ର ପରିଦର୍ଶନ କରି ନିର୍ମାଣ କାର୍ଯ୍ୟ ତଦାରଖ କରିଥିଲେ ଓ ଆବଶ୍ୟକ ପରାମର୍ଶ ଦେଇଥିଲେ । ତେବେ ଏହି ସମୟରେ OBCC ଅଧିକାରୀ ଓ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ମଧ୍ୟ ଉପସ୍ଥିତ ରହିଥିଲେ |