ବିଏମସିର ନୂଆ ବିଲଡିଂ ଏବଂ ଓ ହବ ପରିଦର୍ଶନ କଲେ ୫-ଟି ସଚିବ

ଭୁବନେଶ୍ୱର,୨୨/୮: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଭି.କେ ପାଣ୍ଡିଆନ୍ ଆଜି ସତ୍ୟନଗରରେ ନିର୍ମାଣାଧୀନ ବିଏମସିର ନୂଆ ବିଲଡିଂ ଏବଂ ଓ ହବ ପରିଦର୍ଶନ କରି ଅଗ୍ରଗତିର ସମୀକ୍ଷା କରିଛନ୍ତି। ନୂତନ ବିକାଶ କେନ୍ଦ୍ରଗୁଡ଼ିକ କାର୍ଯ୍ୟକ୍ଷମ ହେବା ପାଇଁ ଆବଶ୍ୟକ କାର୍ଯ୍ୟର ଠିକ୍ ସମୟରେ ସମାପ୍ତ ହେବା ଉପରେ ସେ ଗୁରୁତ୍ବାରୋପ କରିଛନ୍ତି। ପ୍ରଥମ ଥର ପାଇଁ ଓଡ଼ିଶାରେ ଡେଭଲପମେଣ୍ଟ ସେଣ୍ଟର ପ୍ରତିଷ୍ଠା କରିବାକୁ ଆଇବିଏମ ଓ ଡେଲୋଏଟ ଭଳି ବହୁରାଷ୍ଟ୍ରୀୟ କମ୍ପାନି ଆଗ୍ରହ ପ୍ରକାଶ କରିଛନ୍ତି । ଭୁବନେଶ୍ୱରରେ ବହୁରାଷ୍ଟ୍ରୀୟ କମ୍ପାନିମାନଙ୍କର ଏତେ ବଡ଼ ବିକାଶ କେନ୍ଦ୍ର ଖୋଲିବା ଦ୍ବାରା ଯୁବକମାନଙ୍କ ପାଇଁ ବଡ଼ ଚାକିରି ସୁଯୋଗ ସୃଷ୍ଟି କରିବ। ଉଭୟ ବହୁରାଷ୍ଟ୍ରୀୟ କମ୍ପାନି ପ୍ରଥମ ଥର ପାଇଁ ଓଡିଶାରେ ପାଦ ରଖିଛନ୍ତି ଏବଂ ଉଭୟ କେନ୍ଦ୍ର ୨୦୨୨ ଅକ୍ଟୋବର ମଧ୍ୟଭାଗ ସୁଦ୍ଧା କାର୍ଯ୍ୟକ୍ଷମ ହେବାକୁ ଲକ୍ଷ୍ୟ ରଖାଯାଇଛି।