କିପରି କଟିବ ଆଜି ଆପଣଙ୍କ ଦିନ: ୩୧/୦୮/୨୦୨୨

ମେଷ:ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ ।

ବୃଷ:ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବା ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ ।

ମିଥୁନ:ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ । ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ । ପିଲାମାନଙ୍କ ସଫଳତାରେ ଖୁସିହେବେ ।

କର୍କଟ:ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପ ନେବେ ।

ସିଂହ:ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂରଣ ହୋଇପାରେ ।

କନ୍ୟା:ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭବାନ ହେବେ । ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହୋଇ ରାଜକୀୟ ସମ୍ମାନ ମିଳିବ । ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ ।

ତୁଳା:କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ । ନୂତନ ନିଯୁକ୍ତି କ୍ଷେତ୍ରରେ ସଫଳତା ଦେଖାଦେବ । ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ ।

ବିଛା:ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ । ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ । ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ । ଆତ୍ମୀୟ ଲୋକଙ୍କ ସହ ଯୋଗରେ କେତେକ ସମସ୍ୟାର ସମାଧାନ ହେବ ।

ଧନୁ:ବରିଷ୍ଠ କର୍ମୀଙ୍କ ପ୍ରିୟ ପାତ୍ର ହେବେ । ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ସ୍ୱାସ୍ଥ୍ୟ ଠିକ୍ ରହିବ । ନୂଆ ଚାକିରୀ ମଧ୍ୟ ମିଳିପାରେ । କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ସଫଳତା ଲାଭ କରିବେ ।

ମକର:ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ । ବିଦ୍ୟାକ୍ଷେତ୍ରରେ ଧୈର୍ଯ୍ୟ ଓ ସଂଯମତା ରଖି ପାରିଲେ ବିଶେଷ ଲାଭାନ୍ୱିତ ହେବେ । ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରିପାରିବେ ।

କୁମ୍ଭ:କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ସହକର୍ମୀ ମାନଙ୍କର ସମର୍ଥନ ମିଳିବା ସହ ସୁଖ ସମ୍ପଦ ପ୍ରାପ୍ତି ହେବ । ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ । ଖେଳକୁଦ, ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ ।

ମୀନ:ଶୁଭ ସମାଚାର ଶୁଣିବାକୁ ମିଳିବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ନୂତନ ବନ୍ଧୁ ଭେଟ ହେବା ଫଳରେ ମନସନ୍ତୁଷ୍ଟ ରହିବ । କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବେ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବା ପାଇଁ ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ ।