ରାଜ୍ୟରେ ଦିନକରେ ଆଉ ୨୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୯/୦୯:  ରାଜ୍ୟରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସମାନ୍ୟ ହ୍ରାସ ପାଇଛି। ଏହାରିମଧ୍ୟରେ ଗତକାଲି ରାଜ୍ୟରେ ଦିନକରେ ଆଉ ୨୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୨୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଂଗରୋଧରୁ ୧୪୯ ଓ ସ୍ଥାନୀୟ ଅଞ୍ଚଳରୁ ୧୦୫ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ୦-୧୮ ବର୍ଷ ଭିତରେ ୩୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୯,୭୨୬ କୁ ବୃଦ୍ଧି ପାଇଛି। ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ  ୧୩,୧୮,୭୯୮ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ଏବେ ବି ୧୬୯୧ ହଜାର ଜଣ ଚିକିତ୍ସାଧୀନ ଅଛନ୍ତି।