ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା !

ଭୁବନେଶ୍ବର,୧୦/୯ : ରାଜ୍ୟର ଏବେ ପ୍ରାୟ ଜିଲ୍ଲାରେ ବର୍ଷା ଜାରି ରହିଛି । ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ ବଳୟ ଅଧିକ ଘନୀଭୂତ ହେବାରେ ଲାଗିଥିବା ବେଳେ ଆଜିଠାରୁ ବର୍ଷାର ପ୍ରଭାବ ଓ ବିସ୍ତୃତି ବଢ଼ିବ। ଆଜି ରାଜ୍ୟର ୧୧ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଜିଲ୍ଲାଗୁଡ଼ିକ ହେଲା, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ଖୋର୍ଧା, ନୟାଗଡ଼, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ କଟକ। ଏହି ସବୁ ଜିଲ୍ଲାରେ କାଲି ଗୋଟିଏ ଦିନରେ ପାଖାପାଖି ୭୦ରୁ ୨୦୦ମିମି ବର୍ଷା ହେବାର ଆଶଙ୍କା ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଆସନ୍ତା ୩୬ ଘଣ୍ଟା ମଧ୍ୟରେ ଅଧିକ ସ୍ପଷ୍ଟ ଲଘୁଚାପର ରୂପ ନେବ ଓ ଉତ୍ତର-ପଶ୍ଚିମ ତଥା ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପକୂଳସ୍ଥ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ରହିବ।