ଟି-୨୦ ବିଶ୍ୱକପ ପାଇଁ ଘୋଷଣା ହେଲା ଭାରତୀୟ ଦଳ

ନୂଆଦିଲ୍ଲୀ,୧୨/୯: ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି । ଏନେଇ ଟ୍ୱିଟ କରି ସୂଚନା ଦେଇଛି ବିସିସିଆଇ । ଟି-୨୦ ବିଶ୍ୱକପରେ ଦଳର ନେତୃତ୍ୱ ନେବେ ରୋହିତ ଶର୍ମା । ଉପ ଅଧିନାୟକ ଦାୟିତ୍ୱ କେଏଲ ରାହୁଲଙ୍କ ଉପରେ ରହିଛି । ଟିମ୍ ଇଣ୍ଡିଆ ରେ ଅଛନ୍ତି ରୋହିତ ଶର୍ମା (ଅଧିନାୟକ), କେ ଏଲ ରାହୁଲ (ଉପ-ଅଧିନାୟକ), ବିରାଟ କୋହଲି, ସୂର୍ଯ୍ୟକୁମାର ଯାଦବ, ଦୀପକ ହୁଡା, ରିଷଭ ପନ୍ତ, ଦିନେଶ କାର୍ତ୍ତିକ, ହାର୍ଦ୍ଦିକ ପାଣ୍ଡ୍ୟା, ଆର୍ ଅଶ୍ୱିନୀ, ଯୁଜବେନ୍ଦ୍ର ଚହଲ, ଅକ୍ଷର ପଟେଲ, ଜଶପ୍ରୀତ ବୁମରା, ଭୁବନେଶ୍ୱର କୁମାର, ହର୍ଷଲ ପଟେଲ, ଅର୍ଶଦୀପ ସିଂହ । ଷ୍ଟାଣ୍ଟବାଏ ଖେଳାଳି – ମହମ୍ମଦ ଶାମି, ଶ୍ରେୟାସ ଆୟର, ରବି ବିଷ୍ଣୋଇ, ଦୀପକ ଚହର ।