ବରମୁଣ୍ଡା ଆନ୍ତ ରାଜ୍ୟ ବସ ଟର୍ମିନାଲ ନିର୍ମାଣ ଅଗ୍ରଗତି ସମୀକ୍ଷା କାଲେ 5T ସଚିବ

ଭୁବନେଶ୍ୱର,୧୮/୯: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦେଶ କ୍ରମେ ୫ଟି ସଚିବ ଭିକେ ପାଣ୍ଡିଆନ ଆଜି ଅପରାହ୍ନରେ BDA ଉପାଧ୍ୟାକ୍ଷ ଶ୍ରୀ ସଞ୍ଜୟ ସିଂହଙ୍କ ସହ ବରମୁଣ୍ଡା ଯାଇ ISBT ଓ ବସ ଡିପୋ କାମର ଅଗ୍ରଗତି ସମୀକ୍ଷା କରିଥିଲେ । ଆସନ୍ତା ୨୦୨୩ ମାର୍ଚ୍ଚ ସୁଦ୍ଧା ISBT କାମ ଶେଷ କରିବାକୁ ସେ ନିର୍ଦେଶ ଦେଇଛନ୍ତି। ଵସ ଡିପୋ କାମ ସମ୍ପୂର୍ଣ୍ଣ ହୋଇଥିବା ବେଳେ ISBT କାମ ର ଅଗ୍ରଗତି ସନ୍ତୋଷ ଜନକ ରହିଛି।

ଯାତ୍ରୀଙ୍କ ସୁବିଧା କୁ ଦୃଷ୍ଟିରେ ରଖି ୧୮୦ କୋଟି ଟଙ୍କା ବ୍ୟୟ ରେ ୧୧.୪୮ ଏକର ଜମି ଉପରେ ନିର୍ମିତ ISBT ବରମୁଣ୍ଡା ରେ ପାର୍କିଙ୍ଗ ATM, food court,shop restaurant, commercial space ଅତ୍ୟାଧୁନିକ ବ୍ୟବସ୍ଥା କରାଯାଉଛି । ସେଠାରୁ ଶହେ ରୁ ଅଧିକ ଵସ ଚଳାଚଳ ର ବ୍ୟବସ୍ଥା କରାଯାଇଛି।