ରାଜ୍ୟର କିଛି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୨୦/୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟର ଆଭ୍ୟନ୍ତରୀଣ ଭାଗରେ ଝିପି ଝିପି ବର୍ଷା ଲାଗି ରହିଛି । ଆଜି ସକାଳୁ ମଧ୍ୟ ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି ।

ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଦ୍ୱାରା ଜାରି କରାଯାଇଥିବା ସୂଚନା ଅନୁସାରେ ଲଘୁଚାପ କ୍ଷେତ୍ରଟି ଆଗାମୀ କିଛି ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ଓଡ଼ିଶା ଉପକୂଳ ଆଡ଼କୁ ଗତି କରିବା ସମ୍ଭାବନା ରହିିଛି । ଏଣୁ ଏହାରି ପ୍ରଭାବରେ ହେବାକୁ ଥିବା ବର୍ଷା ପାଇଁ ଆଜି ପାଇଁ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୧୪ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ା କୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଏବଂ ପୁରୀ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି ।